Union Minister Dharmendra Pradhan urges people to plant 10 million trees by August 15

ପ୍ରକୃତିର ସୁରକ୍ଷା ଏବଂ ସଂରକ୍ଷଣ ପାଇଁ ଆସନ୍ତା ଅଗଷ୍ଟ ୧୫ ତାରିଖ ସୁଦ୍ଧା ୧ କୋଟି ଗଛ ଲଗାଇବା ପାଇଁ ଛାତ୍ରଛାତ୍ରୀ, ଶିକ୍ଷକ ଏବଂ ଅଭିଭାବକମାନଙ୍କୁ ସଂକଳ୍ପ ନେବାକୁ ଆହ୍ୱାନ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ର ମନ୍ତ୍ରୀ ଭିଡିଓ ବାର୍ତ୍ତାରେ କହିଛନ୍ତି ଯେ ପ୍ରକୃତି ଆମକୁ ଅନେକ କିଛି ଦେଇଛି ଏବଂ ଏଥିପାଇଁ ମୁଁ ପ୍ରକୃତି ମାତାଙ୍କ ପାଖରେ ସବୁବେଳେ କୃତଜ୍ଞ । ବର୍ତ୍ତମାନ ସମୟରେ ଭବିଷ୍ୟତ ପିଢ଼ି ପାଇଁ ଆମ ପରିବେଶର ସୁରକ୍ଷା କରିବା, ଆମର ଏକ ଗୁରୁ ଦାୟିତ୍ୱ ହୋଇପଡିଛି । ମିଳିତ ଜାତିସଂଘ ପରିବେଶ କାର୍ଯ୍ୟକ୍ରମ ଅନୁସାରେ, ଜଳବାୟୁର ପରିବର୍ତ୍ତନ ଏବଂ ପ୍ରାକୃତିକ ସମ୍ପଦର ଅତ୍ୟଧିକ ଶୋଷଣ କେବଳ ବୈଷୟିକ ପଦ୍ଧତି ଦ୍ୱାରା ସମାଧାନ ହୋଇପାରିବ ନାହିଁ । ଆମ ପାଖରେ ପ୍ରକୃତି ଅଛି ଏବଂ ପରିବେଶକୁ ପୁନରୁଦ୍ଧାର କରିବାର ଅପାର ଶକ୍ତି ମଧ୍ୟ ଅଛି । ଆମର ଧରାପୃଷ୍ଠକୁ ସୁସ୍ଥ ରଖିବା ପାଇଁ ସମସ୍ତେ ନିଜେ ବ୍ୟକ୍ତିଗତ ସ୍ତରରେ ଯୋଗଦାନ କରିବା ଜରୁରୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ କ୍ରମେ ‘ମିଶନ ଲାଇଫ୍’ ଆଧାରରେ ସମସ୍ତେ ମିଳିତ ଭାବରେ ପରିବେଶର ସୁରକ୍ଷା ଓ ସଂରକ୍ଷଣ କରିବା ପାଇଁ ପଦକ୍ଷେପ ନେବା । ଚଳିତ ମୌସୁମୀ ଋତୁରେ ସମସ୍ତେ ୧ କୋଟି ଗଛ ଲଗାଇବାର ସଂକଳ୍ପ ନେବା । ବୃକ୍ଷରୋପଣକୁ କେବଳ ନିଜ ଭିତରେ ସୀମିତ ନ ରଖି ଏକ ଜନଆନ୍ଦୋଳନରେ ପରିଣତ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଆହ୍ୱାନ କରିଛନ୍ତି ।

Spread the love