ବିଶିଷ୍ଟ ଶିକ୍ଷାବିତ୍, ସମାଜସେବୀ ତଥା କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡି.ଲିଟ୍ ଡିଗ୍ରୀ ପ୍ରଦାନ କରାଯାଇଛି । ଉତ୍କଳ ବିଶ୍ୱବିଦ୍ୟାଳୟର ୫୨ତମ ସମାବର୍ତ୍ତନ ଉତ୍ସବରେ ସୁପ୍ରିମକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ଜଷ୍ଟିସ ଭି. ଗୋପାଳ ଗୌଡ଼ା, ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ଓ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟଙ୍କ ଉପସ୍ଥିତିରେ କୁଳାଧିପତି ତଥା ଓଡ଼ିଶା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନସୂଚକ ଡକ୍ଟରେଟ୍ ଡିଗ୍ରୀ ପ୍ରଦାନ କରିଥିଲେ । ଶିକ୍ଷା ଓ ସମାଜସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିବା ବିଶ୍ୱବିଦ୍ୟାଳୟ ପକ୍ଷରୁ କୁହାଯାଇଛି । ଏହା ହେଉଛି ଶ୍ରୀ ସାମନ୍ତଙ୍କ ୫୦ତମ ସମ୍ମାନସୂଚକ ଡକ୍ଟରେଟ୍ ଡିଗ୍ରୀ । ଏହି ଅବସରରେ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଶ୍ରୀ ସାମନ୍ତଙ୍କୁ ସମାବର୍ତ୍ତନ ଉତ୍ସବର ‘ଅଗ୍ରଣୀ କିମ୍ବଦନ୍ତୀ’ ଭାବେ ଅଭିହିତ କରିବା ସହ ଅଚ୍ୟୁତ ସାମନ୍ତ ଜଣେ ଅତି ସାଧାରଣ, ନମ୍ର, କୃତଜ୍ଞ, ସାହସୀ, ଦୃଢ଼, ଉଦାର, ସମଭାବ ସମ୍ପନ୍ନ, ଶାନ୍ତିର ପ୍ରଚାରକ ବୋଲି କହିଥିଲେ । ଉତ୍କଳ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ୍ ଡିଗ୍ରୀ ପ୍ରଦାନ କରାଯାଇଥିବାରୁ ଶ୍ରୀ ସାମନ୍ତ ଆନନ୍ଦ ପ୍ରକାଶ କରିବା ସହ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳାଧିପତି ତଥା ଓଡ଼ିଶା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ଏବଂ ବିଶ୍ୱବିଦ୍ୟାଳୟର ସିଣ୍ଡିକେଟ୍ ସଦସ୍ୟଙ୍କୁ ଧନ୍ୟବାଦ ସହ ଶ୍ରୀ ସାମନ୍ତ କୃତଜ୍ଞତା ଜଣାଇଛନ୍ତି । ନିକଟରେ ଶ୍ରୀ ସାମନ୍ତଙ୍କୁ ବିର୍ଲା ଗ୍ଲୋବାଲ୍ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ୍ ଡିଗ୍ରୀ ପ୍ରଦାନ କରାଯାଇଥିଲା ବେଳେ ପୂର୍ବରୁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ତାଙ୍କୁ ସମ୍ମାନସୂଚକ ଡକ୍ଟରେଟ୍ ଡିଗ୍ରୀ ପ୍ରଦାନ କରାଯାଇଥିଲା ।