Deities' will be welcomed to Adapa Mandap today.

ଲୀଳାମୟ ମହାପ୍ରଭୁ ନିଜ ଭାଇ ଓ ଭଉଣୀଙ୍କୁ ସାଙ୍ଗରେ ନେଇ ଶରଧାବାଲିରେ ପହଞ୍ଚିଛନ୍ତି। ମଙ୍ଗଳବାର ଅପରାହ୍ଣ ୩ଟା ୪ ମିନିଟରୁ ଆରମ୍ଭ ହୋଇଥିବା ରଥଟଣା କାର୍ଯ୍ୟ ଆଜି ପୂର୍ବାହ୍ନରେ ଶେଷ ହୋଇଛି। ଏବେ ଶରଧାବାଲିରେ ଲାଗିଲା ଦର୍ପଦଳନ ଓ ନନ୍ଦିଘୋଷ ରଥ। କାଲି ଶରଧାବାଲିରେ ଲାଗିଥିଲା ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ ରଥ। ଆଜି ଆଡ଼ପ ମଣ୍ଡପକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି। ଆଜି ସକାଳେ ଗତକାଲି ଅଧାବାଟରେ ଅଟକି ରହିଥିବା ଜଗନ୍ନାଥଙ୍କ ନନ୍ଦିଘୋଷ ଓ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥଟଣା ହୋଇଛି। ଶ୍ରଦ୍ଧାଳୁମାନେ ମନପ୍ରାଣ ଦେଇ ଦୁଇ ରଥକୁ ଗୁଣ୍ଡିଚା ମନ୍ଦିର ଅଭିମୁଖେ ଟାଣି ନେଇଛନ୍ତି। ଗତକାଲି ବଡ଼ଶଙ୍ଖରେ ଅଟକିଥିଲା ଦର୍ପଦଳନ ରଥ। ସେହିପରି ଗଳଗଣ୍ଡି ଛକରେ ନନ୍ଦିଘୋଷ ରଥ ଅଟକିଥିଲା। ଆଜି ଶ୍ରୀଜିଉଙ୍କ ଆଡପ ମଣ୍ଡପ ବିଜେ ନୀତି ଅନୁଷ୍ଠିତ ହେବ। ସନ୍ଧ୍ୟାଧୂପ ସରିବା ପରେ ଘୋଡାଫିଟା, ଚାରମାଳ ବନ୍ଧା, ପୁଷ୍ପାଞ୍ଜଳି ହେବା ପରେ ମହାପ୍ରଭୁ ଗୋଟି ପହଣ୍ଡିରେ ଆଡପମଣ୍ଡପକୁ ବିଜେ କରିବେ।

Spread the love