President message on International Women's Day

ଦୁଇଦିନିଆ ଓଡ଼ିଶା ଗସ୍ତରେ ଶୁକ୍ରବାର ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ଦିନ ୧୧ଟା ୫୫ରେ ରାଷ୍ଟ୍ରପତି ବାୟୁସେନାର ସ୍ବତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ସେଠାରେ ରାଜ୍ୟପାଳ ପ୍ରଫେସର୍‌ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ, ମେୟର୍‌ ସୁଲୋଚନା ଦାସ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଡିଜିପି ସୁନୀଲ ବଂଶଲ ପ୍ରମୁଖ ତାଙ୍କୁ ସ୍ବାଗତ କରିବାର କାର୍ଯ୍ୟକ୍ରମ ରହିଛି। ପରେ ରାଷ୍ଟ୍ରପତି ସେଠାରୁ ସିଧାସଳଖ ଉତ୍କଳ ମଣ୍ଡପରେ ଅନୁଷ୍ଠିତ ଜ୍ଞାନପ୍ରଭା ମିସନ୍‌ର ପ୍ରତିଷ୍ଠା ଦିବସରେ ଯୋଗଦେବେ। ପରେ ସେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଦ୍ୱିତୀୟ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ଏହାର ପରଦିନ ଅର୍ଥାତ୍‌ ୧୧ ତାରିଖରେ ରାଷ୍ଟ୍ରପତି ଶ୍ରୀଲିଙ୍ଗରାଜ ମନ୍ଦିର‌ରେ ମହାପ୍ରଭୁଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ପରେ ସେ କଟକସ୍ଥିତ ଜାତୀୟ ଧାନ ଗବେଷଣା ପ୍ରତିଷ୍ଠାନରେ ଇଣ୍ଡିଆନ୍‌ ରାଇସ୍‌ କଂଗ୍ରେସକୁ ରାଷ୍ଟ୍ରପତି ଉଦ୍‌ଘାଟନ କରିବେ।

Spread the love