Today, on Kargil Vijay Diwas, the country is remembering the brave hearts of India.

ଆଜି ସାରା ଦେଶ ପାଳୁଛି ୨୪ ତମ କାର୍ଗିଲ ବିଜୟ ଦିବସ । ପ୍ରତିବର୍ଷ ଜୁଲାଇ ୨୬ ତାରିଖକୁ କାର୍ଗିଲ ବିଜୟ ଦିବସ ଭାବେ ପାଳନ କରାଯାଉଛି । ୧୯୯୯ରେ ଲାହୋର ରାଜିନାମାକୁ ଅମାନ୍ୟ କରି ପାକିସ୍ତାନ ସେନା କାଶ୍ମୀରର କାର୍ଗିଲ ଅଞ୍ଚଳରେ ପ୍ରବେଶ କରିଥିଲେ । ଭାରତ ଓ ପାକିସ୍ତାନ ମଧ୍ୟରେ ୨ ମାସରୁ ଅଧିକ ସମୟ ଧରି ଯୁଦ୍ଧ ଚାଲିବା ପରେ ପାକିସ୍ତାନକୁ ପରାସ୍ତ କରିଥିଲା ଭାରତ । ଏଥିରେ ସହିଦ ହୋଇଥିବା ବୀର ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ କାର୍ଗିଲ ବିଜୟ ଦିବସ ପାଳନ କରାଯାଉଛି ।

ମେ’ ୨୬ରେ ଭାରତୀୟ ବାୟୁସେନା ଏହାର ଅପରେସନ୍‌ ‘ସଫେଦ ସାଗର’ ଆରମ୍ଭ କରିଥିଲା। ଏଥିରେ ବାୟୁସେନାର ମିଗ୍‌-୨୧, ମିଗ୍‌-୨୭ ଓ ମିରେଜ୍‌-୨୦୦୦ ବିମାନଗୁଡ଼ିକ ଶତ୍ରୁସେନା ଉପରେ ରକେଟ୍‌ ଓ କ୍ଷେପଣାସ୍ତ୍ର ମାଡ଼ ଜାରି ରଖିଥିଲେ । ଭାରତୀୟ ନୌସେନା ମଧ୍ୟ ଅପରେସନ ‘ତଲଵାର’ ଆରମ୍ଭ କରିଥିଲା, ଯେଉଁଥିରେ ପାକିସ୍ତାନୀ ବନ୍ଦର ବିଶେଷ କରି କରାଚିକୁ ତୈଳ ଓ ଇନ୍ଧନ ଯୋଗାଣ ବନ୍ଦ କରିଦେଇଥିଲା। ଏପରିକି ନୌସେନାର ପୂର୍ବତଟ ଓ ପଶ୍ଚିମତଟ ବାହିନୀ ଆରବ ସାଗରରେ ପଇଁତରା ମାରି ପାକିସ୍ତାନର ଯାବତୀୟ ବାଣିଜ୍ୟପଥ ବନ୍ଦ କରିଦେବାକୁ ଧମକାଇଥିଲା। ଏହାପରେ ଜୁଲାଇ ୨୬ରେ ଭାରତୀୟ ସେନା କାର୍ଗିଲ୍‌ରେ ପାକିସ୍ତାନ ନିର୍ମିତ ଘାଟିଗୁଡ଼ିକ ଧ୍ବଂସ କରି ବିଜୟ ହାସଲ କରିଥିଲେ । ଏହି ଯୁଦ୍ଧରେ ୫୨୭ ଜଣ ଭାରତୀୟ ଯବାନ ସହିଦ ହୋଇଥିବା ବେଳେ ପାକିସ୍ତାନର ୩୫୭ରୁ ୪୫୩ ଭିତରେ ସୈନିକଙ୍କର ମୃତ୍ୟୁ ହୋଇଥିବା କୁହାଯାଇଥିଲା ।

କାର୍ଗିଲ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ ପୂର୍ବକ ବୀର ଯବାନଙ୍କ ସର୍ବୋଚ୍ଚ ବଳିଦାନକୁ ସ୍ମରଣ କରିବା ପାଇଁ କାରଗିଲ୍ ୱାର ମେମୋରିଆଲରେ ବିଜୟ ଦିବସ ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ପାଳନ କରାଯାଉଛି ।

Spread the love