today is auspicious akshaya tritiya

ଆଜି ପବିତ୍ର ଅକ୍ଷୟ ତୃତୀୟା । ଶାସ୍ତ୍ର ଅନୁସାରେ ଅକ୍ଷୟ ତୃତୀୟା ଦିନ ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କଲେ ଶୁଭ ଫଳ ସହ ଧନ ଲାଭ ହୋଇଥାଏ । ଏହି ଦିନକୁ ଅତ୍ୟନ୍ତ ଶୁଭ ବିବେଚନା କରାଯାଇଥାଏ । ବିଶେଷକରି ଜଗନ୍ନାଥ ସଂସ୍କୃତି ସହ ଜଡ଼ିତ ଏହି ପର୍ବ ପ୍ରତିଟି ଓଡ଼ିଆଙ୍କ ଆସ୍ଥାର ପ୍ରତୀକ ବୋଲି କୁହାଯାଏ । ଆଜିର ଦିନରେ ଚାଷୀ ଅଖିମୁଠି ଅନୁକୂଳ କରି କୃଷି କାର୍ଯ୍ୟର ଶୁଭାରମ୍ଭ କରିଥାଏ । ତେଣୁ ଏହାକୁ କୃଷିଭିତ୍ତିକ ପର୍ବ ବୋଲି କୁହାଯାଏ ।

ତେବେ ଆଜିଠାରୁ ଆରମ୍ଭ ହେବ ରଥନିର୍ମାଣ ପାଇଁ ଅନୁକୂଳ ନୀତି ଓ ଚନ୍ଦନଯାତ୍ରା । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ରାତି ୩ଟାରୁ ମହାପ୍ରଭୁଙ୍କର ଦ୍ୱାର ଫିଟା ନୀତି କରାଯାଇଛି । ମଙ୍ଗଳ ଆରତୀ ପରେ ମଇଲମ, ଯାତ୍ରାଙ୍ଗୀ ମହାସ୍ନାନ, ଚନ୍ଦନବେଢା ଖଇକୋରା ଭୋଗ, ସର୍ବାଙ୍ଗ ବେଶ ସରି ଦକ୍ଷିଣଘର ଭୋଗ ପରେ ପ୍ରାୟ ଦିନ ୩ଟାରେ ମଧ୍ୟାହ୍ନ ଧୂପ ନୀତି କରାଯିବାକୁ ସ୍ଥିର ହୋଇଛି । ଦ୍ୱାଦଶ ଯାତ୍ରା ବନ୍ଦାପନା ପରେ ଚନ୍ଦନ ଠାକୁରମାନେ ସାଢ଼େ ୩ଟା ମଧ୍ୟରେ ବିମାନକୁ ବିଜେ କରିବେ ।

ମହାପ୍ରଭୁ ଜଗନ୍ନାଥଙ୍କର ଚଳନ୍ତି ପ୍ରତିମା ମଦନମୋହନଙ୍କର ବନ୍ଦାପନା ନୀତି କରାଯିବ । ଏହାପରେ ମହାପ୍ରଭୁଙ୍କର ରଥ ନିର୍ମାଣ ପାଇଁ ଆଜ୍ଞାମାଳ ବିଜେ କରିବେ । ଚନ୍ଦନଠାକୁରମାନେ ବାହାର ଚନ୍ଦନଯାତ୍ରା ଓ ରଥ ନିର୍ମାଣ ଅନୁକୁଳ ପାଇଁ ବିମାନ ବିଜେ କରି ବଡଦାଣ୍ଡକୁ ଓହ୍ଲାଇବେ । ସେପଟେ ଶ୍ରୀମନ୍ଦିର ପ୍ରଶାସନ ସମ୍ମୁଖରେ ତିନୋଟି ୧୨ଫୁଟିଆ ଧଉରା କାଠକୁ ରଖାଯାଇଛି । ଆଜ୍ଞାମାଳ ଆସିବା ପରେ ପୂଜାର୍ଚ୍ଚନା କରାଯାଇ ରଥକାଠ ଅନୁକୁଳ ପରେ ରଥନିର୍ମାଣର ବିଧି ଆରମ୍ଭ ହେବ । ଏହାପରେ ୨୧ ଦିନ ବ୍ୟାପୀ ବାହାର ଚନ୍ଦନ ଯାତ୍ରା ହେବ । ଏଥି ପାଇଁ ନରେନ୍ଦ୍ର ପୁଷ୍କରିଣୀ ସଜେଇ ହୋଇଛି ।

Spread the love