haladi patra pitha

ଆଜି ପ୍ରଥମାଷ୍ଟମୀ । ମାର୍ଗଶିର ମାସର କୃଷ୍ଣପକ୍ଷ ଅଷ୍ଟମୀ ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହା ପ୍ରକୃତରେ ଜ୍ୟେଷ୍ଠ ସନ୍ତାନର ସମ୍ବର୍ଦ୍ଧନା। ଏହା ଲୋକଭାଷାରେ ‘ପୋରୁହାଁ ଅଷ୍ଟମୀ’ ବା ‘ପୋଢ଼ୁଆଁ ଅଷ୍ଟମୀ’। କାରଣ, ‘ପୋରୁହାଁ’ ବା ‘ପୋଢ଼ୁଆଁ’ ହେଉଛି ‘ପ୍ରଥମା’ ଶବ୍ଦର ଅପଭ୍ରଂଶ । ଏହି ଦିନ ଜ୍ୟେଷ୍ଠ ସନ୍ତାନର ଦୀର୍ଘଜୀବନ କାମନା କରି ଷଷ୍ଠୀଦେବୀଙ୍କର ପୂଜା କରାଯାଏ । କାରଣ, ଷଷ୍ଠୀଦେବୀ ହେଉଛନ୍ତି ‘ଜ୍ୟେଷ୍ଠାଦେବୀ’।

ବଡ଼ କଥା ହେଉଛି ପୋରୁହାଁ ପିଲାମାନଙ୍କୁ ଏହି ପର୍ବ ପାଇଁ ମାମୁଘରୁ ନୂଆ ପୋଷାକ ମିଳିଥାଏ । ମାମୁଘରେ ଭଣଜା ପୁଅଠୁ ବି ଅଧିକ ବୋଲି ବିବେଚନା କରାଯାଉଥିବାରୁ ମାମୁଘରୁ ନୂଆ ପୋଷାକ ମିଳିବା ପ୍ରଥା ଚଳିଆସୁଛି । ଏହି ଅବସରରେ ବଡ଼ସନ୍ତାନମାନଙ୍କୁ ଷଠୀଦେବୀଙ୍କ ନିକଟରେ ବନ୍ଦାପନା ସହ ପୂଜା କରାଯାଇଥାଏ । ହଳଦୀପତ୍ର ପିଠା ଓ ଖିରି ଷଠୀଦେବୀଙ୍କୁ ଲାଗି କରାଯାଏ । ତେଣୁ ରାତିରୁ ଘରେ ଘରେ ବିରି ବଟାରୁ ଆରମ୍ଭ କରି ନଡ଼ିଆ, ମୁଗ, ବିରି, ଗୁଡ଼ ମିଶ୍ରିତ ପୁର ପ୍ରସ୍ତୁତି ଚାଲିଛି ।

ପାରମ୍ପରିକ ପ୍ରଥା ଅନୁସାରେ, ପ୍ରଥମାଷ୍ଟମୀ ଦିନ ଗୋଟିଏ ସ୍ଥାନକୁ ଲିପାପୋଛା କରି, ସେଠାରେ ଅରୁଆଚାଉଳ ବଟା ପିଠଉରେ କୋଠି କଟାଯାଏ । ସେଠାରେ ଗୋଟିଏ ପିଢ଼ା ରଖି ତା’ ଉପରେ ଚିତା ପକାଯାଏ ଏବଂ ଜ୍ୟେଷ୍ଠ ସନ୍ତାନ ତା’ ଉପରେ ବସନ୍ତି। ଏହି ଜ୍ୟେଷ୍ଠ ସନ୍ତାନର ବିଚାରରେ, ପୁତ୍ର ବା କନ୍ୟା ମଧ୍ୟରେ ପାର୍ଥକ୍ୟ ନଥାଏ । ଜ୍ୟେଷ୍ଠ ସନ୍ତାନ ପୁତ୍ର ହୋଇଥିଲେ ପିଢ଼ା ଉପରେ ପତାକା ଚିତା ଏବଂ କନ୍ୟା ହୋଇଥିଲେ ପଦ୍ମଚିତା ପକାଯାଏ । ତା’ ଉପରେ ବସି ପୁତ୍ର ବା କନ୍ୟା ବନ୍ଦାପନା ହୁଅନ୍ତି । ଏହି ଉପଲକ୍ଷେ ଘରେ ଏଣ୍ଡୁରି ପିଠା ଓ ଖିରିସା ଆଦି ପ୍ରସ୍ତୁତ କରାଯାଇ ଷଷ୍ଠୀଦେବୀଙ୍କୁ ସମର୍ପଣ କରାଯାଏ ଏବଂ ଜ୍ୟେଷ୍ଠ ସନ୍ତାନକୁ ଖାଇବାକୁ ଦିଆଯାଏ । ଘରର ଅନ୍ୟ ସମସ୍ତେ ମଧ୍ୟ ଏହାକୁ ଖାଆନ୍ତି। ଏଣ୍ଡୁରିପିଠା ପାଇଁ ଯେଉଁ ସ୍ୱତନ୍ତ୍ର ଅଥାର ହାଣ୍ଡି ପ୍ରସ୍ତୁତ କରାଯାଇଥାଏ, ସାତଦିନ ଧରି ତାହା ରହେ ଏବଂ ତହିଁରେ ପିଠା ପ୍ରସ୍ତୁତ ହୁଏ। ସପ୍ତମ ଦିନ ଏହି ଅଥାର ହାଣ୍ଡି ଭଙ୍ଗାଯାଏ ।

Spread the love