Today is auspicious Krishna Janmashtami.

ଆଜି ଲୀଳାମୟ ପ୍ରଭୁ ଶ୍ରୀକୃଷ୍ଣଙ୍କ ମାନବଲୀଳାର ପର୍ବ ଜନ୍ମାଷ୍ଟମୀ । ପବିତ୍ର ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ପ୍ରଭୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ । ଦ୍ବାପର ଯୁଗରେ ପ୍ରବଳ ପ୍ରତାପୀ କଂସକୁ ବଧ କରିବା ନିମନ୍ତେ ତଥା ଧର୍ମର ରକ୍ଷା ପାଇଁ ଏବଂ ଅଧର୍ମର ବିନାଶ ପାଇଁ ଶ୍ରୀକୃଷ୍ଣଙ୍କ ରୂପରେ ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିର ମଧ୍ୟ ରାତ୍ରିରେ ଦେବକୀଙ୍କ ଗର୍ଭରୁ ଜନ୍ମ ନେଇଥିଲେ ଗୋଲକବିହାରୀ । ସାରା ବିଶ୍ୱର ହିନ୍ଦୁ ସଂପ୍ରଦାୟ ପାଇଁ ଏହା ଏକ ପବିତ୍ର ଦିନ।

ତେବେ ଆଜି ଏହି ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ରହିଛି ସ୍ୱତନ୍ତ୍ର ନୀତିକାନ୍ତି । ଆଜି ସଂନ୍ଧ୍ୟାଧୂପ ଶେଷ ହେବାପରେ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି । ଦେବକୀ ଓ ବସୁଦେବ ବେଶରେ ଜନ୍ମ ଚକଡାରେ ନିଶାର୍ଦ୍ଧରେ ଜନ୍ମ ନେବେ ପ୍ରଭୁ କୃଷ୍ଣ । ଆଜିଠାରୁ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଆରମ୍ଭ ହୋଇ କଂସବଧ ଲୀଳା ନୀତି ପର୍ଯ୍ୟନ୍ତ ଚାଲୁରହିବ । ଶ୍ରୀମନ୍ଦିର ସହ ଜଡିତ ବିଭିନ୍ନ ମଠବାଡି ମାନଙ୍କରେ ଆଜି ରାତିରେ ଶ୍ରୀକୃଷ୍ଣ ଜନ୍ମନୀତି ମଧ୍ୟ ଅନୁଷ୍ଠିତ ହେବ । ସଂନ୍ଧ୍ୟାଧୂପ ସରିବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଭଣ୍ତାର ଘର ସମ୍ମୁଖ ଭାଗରେ ପୂଜାପଣ୍ତା ସେବାୟତ ମାନେ ପଞ୍ଚବର୍ଣ୍ଣ ମୁରୁଜରେ ଜନ୍ମମଣ୍ତଳୀ ଅଙ୍କନ କରିବେ । ସେଠାରେ ସୁନାର କୃଷ୍ଣ ମୁର୍ତ୍ତି ରଖାଯାଇ ଦକ୍ଷିଣ ଘରୁ ମଦନମୋହନଙ୍କୁ ଅଣାଯିବା ନେଇ କାର୍ଯ୍ୟକ୍ରମ ରହିଛି । ଏହାପରେ ଦୁଇଜଣ ମହାଜନ ସେବକ ଦେବକୀ ଓ ବସୁଦେବ ଚରିତ୍ର ହୋଇ କୃଷ୍ଣ ଜନ୍ମନୀତି ପାଳନ କରିବେ । ପରେ ମଦନମୋହନଙ୍କୁ ନାଭିକଟାମଣ୍ତପକୁ ନିଆଯାଇ କୃଷ୍ଣଜନ୍ମ ଠାରୁ ଉପନୟନ ପର୍ୟ୍ୟନ୍ତ ବିଭିନ୍ନ ନୀତିକାନ୍ତି କରାଯିବ । ଶେଷରେ ଜଗମୋହନ ନିକଟରେ ଏକ ଦୋଳିରେ ମଦନମୋହନଙ୍କୁ ରଖାଯାଇ ଶ୍ରୀକୃଷ୍ଣ ଜନ୍ମନୀତି ଶେଷ କରାଯିବ ବୋଲି ଜଣାଯାଇଛି । ଓଡ଼ିଶାରେ ବୈଷ୍ଣବ ମତବାଦର ବହୁଳ ପ୍ରଭାବ ରହିଥିବାରୁ ଏହି ପର୍ବ ଓଡ଼ିଆ ଜନମାନସରେ ଏକ ସ୍ୱତନ୍ତ୍ର ସ୍ଥାନ ଗ୍ରହଣ କରିଛି । ଏହିଦିନ ଲୋକେ ଉପବାସ ରଖିଥାନ୍ତି ଓ ମଧ୍ୟ ରାତ୍ରୀରେ କୃଷ୍ଣଜନ୍ମ ଉତ୍ସବ ପାଳନ ପରେ ଉପବାସ ଭଙ୍ଗ କରିଥାନ୍ତି ।

Spread the love