Children’s Day 2022: Birth Anniversary of The First Prime Minister of India, Pandit Jawaharlal Nehru

ଆଜି ହେଉଛି ନଭେମ୍ବର ୧୪ ଅର୍ଥାତ ଶିଶୁ ଦିବସ । ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁଙ୍କ ୧୩୩ ତମ ଜୟନ୍ତୀ । ଆଜିର ଦିନକୁ ଦେଶର କୋଣଅନୁକୋଣରେ ତଥା ପଲ୍ଲୀ ଠୁ ଦିଲ୍ଲୀ ସବୁଠି ଶିଶୁଦିବସ ରୂପେ ଆନନ୍ଦର ସହ ପାଳନ କରାଯାଉଛି । ଶିଶୁଙ୍କ ଅଧିକାର, ଦାୟିତ୍ୱ ଓ ଶିକ୍ଷା ବିଷୟରେ ସଚେତନ କରିବା ଉଦ୍ଦେଶ୍ୟରେ ସାର ଦେଶ ପାଳୁଛି ଏହି ମହାନ ଦିବସ । ଆଜିର ଶିଶୁ ଆସନ୍ତାକାଲିର ନାଗରିକ । ଦେଶ ନିର୍ମାଣରେ ଶିଶୁର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହୁଛି । ଏହି କଥାକୁ ମର୍ମେ ମର୍ମେ ହୃଦୟଙ୍ଗମ କରିଥିଲେ ନେହେରୁ । ଛୋଟ ପିଲାଙ୍କୁ ଆଦରକରୁଥିବା, ସ୍ନେହ କରୁଥିବା ମହାନ ବ୍ୟକ୍ତି ହେଉଛନ୍ତି ଚାଚା ନେହେରୁ । ଫୁଲ ଭଳି ଛୋଟ ପିଲାଙ୍କ ସ୍ନେହ କରୁଥିଲେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ନେହେରୁ । ପ୍ରତି ମୁହୁର୍ତ୍ତରେ ତାଙ୍କ କଥା ଚିନ୍ତା କରୁଥିଲେ । ଦେଶର ଗୌରବ , ଦେଶ ନିର୍ମାଣରେ ତାଙ୍କ ଭୂମିକା ଓ ଅଙ୍ଗୀକାରବଦ୍ଧତାକୁ ବୁଝିଥିଲେ ସିଏ । ସେ ଶିଶୁମାନଙ୍କୁ ଖୁବ୍ ଭଲ ପାଉଥିବାରୁ ତାଙ୍କ ଜନ୍ମଦିନକୁ ଦେଶବ୍ୟାପୀ ଶିଶୁ ଦିବସ ଭାବେ ପାଳନ କରାଯାଉଛି। ନେହରୁଙ୍କ ଜନ୍ମ ୧୮୮୯ ମସିହାରେ ଆଲ୍ଲାବାଦରେ ହୋଇଥିଲା । ନେହେରୁଙ୍କ ଛୋଟ ପିଲାଙ୍କ ପ୍ରତି ବହୁତ ଭଲପାଇବା, ସ୍ନେହ ଓ ଶ୍ରଦ୍ଧା ଥିଲା, ଯେଉଁଥିପାଇଁ ପ୍ରତିବର୍ଷ ନଭେମ୍ବର ୧୪ ତାରିଖକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ସେ ଦେଶର ଭବିଷ୍ୟତକୁ ଶିଶୁମାନଙ୍କ ଆଖିରେ ଦେଖୁଥିଲେ । ନେହେରୁଙ୍କୁ ସମସ୍ତେ ଶ୍ରଦ୍ଧାରେ ଚାଚା ନେହେରୁ ଓ ଚାଚାଜୀ ବୋଲି ସମ୍ବୋଧନ କରୁଥିଲେ । ନେହେରୁ ଜଣେ ଏଭଳି ମଣିଷ ଥିଲେ ତାଙ୍କୁ ସମସ୍ତେ ଭଲପାଉଥିଲେ ଆଉ ସେ ପିଲାମାନଙ୍କୁ ବହୁତ ସ୍ନେହ, ଆଦର କରୁଥିଲେ ଏବଂ ସଦଗତିରେ ଯିବା ପାଇଁ ପରାମର୍ଶ ମଧ୍ୟ ଦେଉଥିଲେ । ତେଣୁ ନେହେରୁଙ୍କ ଜନ୍ମଦିନକୁ ଶିଶୁ ଦିବସ ଭାବେ ପାଳନ କରାଯାଉଛି ।

Spread the love