Lord Jagannath's Pralambasura Badha Besha held today

ଆଜି ପବିତ୍ର ଭାଦ୍ରବ କୃଷ୍ଣପକ୍ଷ ଦ୍ବାଦଶୀ ତିଥି । ଏହି ଅବସରରେ ଶ୍ରୀମନ୍ଦିରରେ ବଳଭଦ୍ର ମହାପ୍ରଭୁଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ ହୋଇଯାଇଛି । ଦ୍ଵାପର ଯୁଗରେ ଭଗବାନ ଶ୍ରୀକୃଷ୍ଣ ବୃନ୍ଦାବନରେ ଗୋପାଳବାଳକ ମାନଙ୍କ ସହିତ ଖେଳୁଥିଲେ। ସେହି ସମୟରେ ଭଗବାନ ଶ୍ରୀକୃଷ୍ଣଙ୍କୁ ମାରିବା ପାଇଁ ପ୍ରଳମ୍ବାସୁର ନାମକ ଜଣେ ମହାବଳଶାଳୀ ଦୈତ୍ୟକୁ କଂସ ପ୍ରେରଣ କରିଥିଲେ। ମହାବଳଶାଳୀ ପ୍ରଳମ୍ବାସୁର ପ୍ରଭୁ ବଳଭଦ୍ରଙ୍କୁ ଆକ୍ରମଣ କରି ଉପରକୁ ଟେକି ନେଇଯିବା ସମୟରେ ସ୍ଵୟଂ ବଳଭଦ୍ର ମହାପ୍ରଭୁ ମୁଷ୍ଟିକା ଘାତ କରି ପ୍ରଳମ୍ବାସୁରକୁ ବିନାଶ କରିଥିଲେ। ତେବେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମଧ୍ୟାହ୍ନଧୂପ ବଢ଼ିବା ପରେ ଏହି ବେଶ ଅନୁଷ୍ଠିତ ହୋଇଛି । ଏହି ବେଶରେ କାଷ୍ଠ, ବେତ, କଳାକନା, ଧଳାକନା ଓ ନୀଳକନାରେ ୪ଫୁଟର ଏକ ବିରାଟକାୟ କାଷ୍ଠ ନିର୍ମିତ ଏହି ପ୍ରଳମ୍ବାଶୁର ମୂର୍ତ୍ତିକୁ ରତ୍ନସିଂହାସନସ୍ଥ ବଳଭଦ୍ରଙ୍କ ନିମ୍ନ ଭାଗରେ ସଜାଯାଏ। ପ୍ରଳମ୍ବାସୁର ବଧ ବେଶରେ ପ୍ରଭୁ ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ସାଧାରଣ ବେଶରେ ବିରାଜମାନ କରିଥିବାବେଳେ ଅସୁରର ସ୍କନ୍ଧ ଏବଂ ଦୁଇ ଭୂଜରେ ପ୍ରଭୁ ଶ୍ରୀ ବଳଭଦ୍ର ବସିଥିବା ଭଳି ଦୃଶ୍ୟ ବେଶରେ ସ୍ପଷ୍ଟ ହୁଏ । ତେବେ ଏହି ବେଶ ମଧ୍ୟାହ୍ନଧୂପ ପରେ ଅନୁଷ୍ଠିତ ହୋଇ ସନ୍ଧ୍ୟାଧୂପ ସରିବାଯାଏଁ ରହିଥାଏ ।

Spread the love