Today Niladri Mahodayastami is celebrated in the Srimandir.

ଆଜି ବୈଶାଖ ଶୁକ୍ଳ ଅଷ୍ଟମୀ ତିଥିରେ ଶ୍ରୀମନ୍ଦିରରେ ପାଳନ ହେଉଛି ନୀଳାଦ୍ରି ମହୋଦୟାଷ୍ଟମୀ । ଏହି ତିଥିରେ ଯଜ୍ଞମଣ୍ଡପରୁ ଆସି ଚତୁର୍ଦ୍ଧାମୂର୍ତ୍ତି ରତ୍ନସିଂହାସନରେ ଅଧିଷ୍ଠିତ ହୋଇଥିଲେ । ତେଣୁ ଏହି ଦିବସରେ ଠାକୁରଙ୍କ ଅଭିଷେକ ଉତ୍ସବ ଅନୁଷ୍ଠିତ ହୋଇଥାଏ । ୧୦୮ କୁମ୍ଭ ଜଳରେ ଦାରୁଦିଅଁଙ୍କ ଜଳାଭିଷେକ ହୋଇଥାଏ । ବଡ଼ଦେଉଳ ପରମ୍ପରାରେ ଏହା ହେଉଛି ତ୍ରୟୋଦଶ ଯାତ୍ରା ତଥା ନୀଳାଦ୍ରି ମହୋତ୍ସବ ।

ସପ୍ତମୀ ରାତିରୁ ୧୦୮ ଜଳ କୁମ୍ଭ ଅସ୍ଵାସ ହୋଇ ରହିଥାଏ । ଅଷ୍ଟମୀରେ ସକାଳ ଧୂପ ଓ ଆଲଟ ଲାଗି ସରିଲା ପରେ ଭିତର ଗମ୍ଭୀରାରେ ପାଣି ପଡିଥାଏ । ପରେ ଅଧିବାସ ଜଳକୁ ସେବକମାନେ ଘଣ୍ଟ ଛତା ଓ କାହାଳୀର ପଟୁଆରରେ ନେଇ ରତ୍ନ ସିଂହାସନ ନିକଟରେ ବିଜେ କରନ୍ତି । ଏହାପରେ ଜଳପୂଜା ଓ ଜଳ ଲାଗି ବିଧି ସମ୍ପନ୍ନ ହୁଏ । ଏହି ତିଥିକୁ ଶ୍ରୀମନ୍ଦିର ପ୍ରତିଷ୍ଠା ଦିବସ ଭାବେ ଗଣାଯାଏ । ସ୍କନ୍ଦ ପୁରାଣ ଅନୁସାରେ ବୈଶାଖ ମାସ ପୁଷ୍ୟାଯୋଗଯୁକ୍ତ ଶୁକ୍ଳପକ୍ଷ ଅଷ୍ଟମୀ ତିଥିରେ ସ୍ବୟଂ ବ୍ରହ୍ମା ଶ୍ରୀମନ୍ଦିର ପ୍ରତିଷ୍ଠା କରିଥିଲେ । ଏଣୁ ଉକ୍ତ ତିଥିରେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ବିଧି ଅନୁଷ୍ଠିତ ହୋଇଥାଏ । କୁହାଯାଏ ଯେ ଏହି ଦିନ ଦାନ, ତପସ୍ୟା ଓ ହୋମାଦି କାର୍ଯ୍ୟ କଲେ ଅଶେଷ ଫଳ ମିଳିଥାଏ ।

Spread the love