Today is the rare appearance of the Lord Jagganath will be adorned with PadmaBesha

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମବେଶ ଅନୁଷ୍ଠିତ ହେବ । ପରମ୍ପରା ମୁତାବକ ମାଘ ମାସ ଶୁକ୍ଳପକ୍ଷ ପ୍ରତିପଦା ଠାରୁ ବସନ୍ତ ପଞ୍ଚମୀ ମଧ୍ୟରେ ବୁଧବାର କିମ୍ୱା ଶନିବାର ଦିନ ମହାପ୍ରଭୁଙ୍କର ଏହି ପଦ୍ମବେଶ ଅନୁଷ୍ଠିତ ହୋଇ ଥାଏ । ଭକ୍ତ ମନୋହରର ବାଞ୍ଛା ପୂରଣ କରିବା ପାଇଁ ମହାପ୍ରଭୁ ମଉଳା ପଦ୍ମଫୁଲରେ ଏହି ବେଶ ଧାରଣ କରିଥିଲେ ।

ସୋଲ,ଜରି,କନା,କଇଥ ଅଠାରେ ପ୍ରସ୍ତୁତ ପଦ୍ମ- ବେଶକୁ ବଡଛତା ମଠ ପକ୍ଷରୁ ପ୍ରସ୍ତୁତ କରାଯାଇ ଥାଏ।ଆଜି କୀରୀଟ,ଚୂଳ, ହୃଦପଦକ, କର ପଲ୍ଲବ,ଶ୍ରୀମୁଖ ପଦ୍ମରେ ବିଭୂଷିତହୋଇ ଝଲସିବେ ମହାପ୍ରଭୁ । ଶ୍ରୀମନ୍ଦିରରେ ସମସ୍ତ ନୀତିକାନ୍ତି ସରି ରାତ୍ର ଚନ୍ଦନଲାଗି ଓ ବଡସିଂହାର ବେଶ ସମୟ ରେ ଏହି ପଦ୍ମବେଶ ଅନୁଷ୍ଠିତ ହେବ । ଏହାପରେ ଶ୍ରୀଜୀଉମାନଙ୍କୁ ସ୍ୱତନ୍ତ୍ର ଭାବେ ପ୍ରସ୍ତୁତ ଖିରୀ ଓ ଅମାଲୁ ଭୋଗ କରାଯାଇଥାଏ।ବର୍ଷକରେ ଗୋଟିଏ ଦିନ ଶ୍ରୀଜୀଉମାନଙ୍କୁ ଏହି ବେଶରେ ପହୁଡ କରାଯିବା ସହ ଆସନ୍ତାକାଲି ମଙ୍ଗଳା ଆଳତୀରେ ଭକ୍ତମାନେ ମହାପ୍ରଭୁଙ୍କର ଏହି ଦୁର୍ଲଭ ବେଶକୁ ଦେଖିବାର ସୁଯୋଗ ପାଇପାରିବେ ।

ସପ୍ତଦଶ ଶତାବ୍ଦୀରୁ ଏହି ବେଶ ହୋଇ ଆସୁଛି ବୋଲି ଗବେଷକମାନେ କୁହନ୍ତି। ଯାହାର ପ୍ରବର୍ତ୍ତକ ହେଉଛନ୍ତି ବଡଛତା ମଠର ସନ୍ଥ ରଘୁବର ଦାସ । ତାଙ୍କ ସମୟରୁ ହିଁ ଏହି ବେଶର ସମସ୍ତ ଖର୍ଚ୍ଚ ମଠ ବହନ କରି ଆସୁଛି। ପ୍ରତିବର୍ଷ ମାଘ ଅମାବାସ୍ୟାଠାରୁ ବସନ୍ତ ପଞ୍ଚମୀ ମଧ୍ୟରେ ପଡୁଥିବା ବୁଧବାର କିମ୍ବା ଶନିବାର ଏହି ବେଶ ହେବାର ପରମ୍ପରା ରହିଛି । ମହାପ୍ରଭୁ କଳା କିମ୍ବା ନୀଳ ଘୋଡ଼ରେ ଥାଇ ଏହି ବେଶ ହୁଅନ୍ତି। ଏହି ବେଶ ଥାଇ ରାତ୍ର ପହୁଡ଼ ହୁଏ। ତହିଁ ପରଦିନ ସକାଳେ ମଧ୍ୟ ଏହି ବେଶ ଦର୍ଶନର ସୁଯୋଗ ଭକ୍ତଙ୍କୁ ମିଳିଥାଏ।

Spread the love