Noted Music Director From Odisha Swarup Nayak Passes Away

ଆରପାରିରେ ଓଡ଼ିଆ ସିନେ ଜଗତର ବରିଷ୍ଠ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକ । ବହୁଦିନ ଧରି କର୍କଟ ରୋଗରେ ପୀଡିତ ହୋଇ କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା। ୧୯୪୭ ମସିହା ଫେବୃଆରୀ ୮ ତାରିଖରେ ଜନ୍ମ ଗ୍ରହଣ କରିଥିଲେ ସ୍ୱରୂପ । ସେ ଏକାଧାରରେ ଜଣେ ସଙ୍ଗୀତକାର, ଗୀତିକାର, ପ୍ରଚ୍ଛଦପଟ୍ଟ ଗାୟକ ଓ ଅଭିନେତା ଥିଲେ ।

ସ୍ୱରୂପ, ମୋଟ ୪୧ଟି ଓଡ଼ିଆ କଥାଚିତ୍ରରେ ସଙ୍ଗୀତ ନିର୍ଦ୍ଦେଶନା ଦେବା ସହ ୩୦ଟି କଥାଚିତ୍ରରେ ଗୀତ ରଚନା, ୬ଟି କଥାଚିତ୍ରରେ ପ୍ରଚ୍ଛଦପଟ୍ଟ ଗାୟକ ଓ ୬ଟି କଥାଚିତ୍ରରେ ଅଭିନୟ କରିଛନ୍ତି । ୧୯୬୨ ମସିହାରେ ଜୟଦେବ କଥାଚିତ୍ରରେ ଜଣେ ଶିଶୁ କଳାକାର ଭାବରେ ସେ ଅଭିନୟ ଆରମ୍ଭ କରିଥିଲେ । ୧୯୮୪ ମସିହାର ହୀରାନୀଳା କଥାଚିତ୍ର ଥିଲା ସଙ୍ଗୀତକାର ଭାବରେ ତାଙ୍କର ପ୍ରଥମ ଚଳଚ୍ଚିତ୍ର । ଓଡ଼ିଆ ଆଧୁନିକ ସଙ୍ଗୀତର ଜଗତର ସ୍ରଷ୍ଟା ଭାବେ ବେଶ ପରିଚିତ ସ୍ୱରୂପ ବହୁ ଓଡ଼ିଆ ଫିଲ୍ମରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ । ସତୀ ଅନସୂୟା, ସୁନା ସଂସାର, କଳାମାଣିକ, କଣ୍ଢେଇ ଆଖିରେ ଲୁହ, ଯଶୋଦା ଆଦି ସମେତ ବେଶ୍‌ କେତୋଟି ଓଡ଼ିଆ ଛବିରେ ଅଭିନେତା ଭାବେ ନଜର ଆସିଥିଲେ ।

ସ୍ୱରୂପ ନାୟକ ଗୀତିକାର-ସଙ୍ଗୀତକାର ଭାବେ ଓଲିଉଡ଼ରେ ବିଶେଷ ସଫଳତା ହାସଲ କରିଛନ୍ତି । ତାଙ୍କ ସଙ୍ଗୀତ ନିର୍ଦ୍ଦେଶିତ କେତେକ ଉଲ୍ଲେଖନୀୟ ଛବି ମଧ୍ୟରେ ରହିଛି- ଲାଲପାନ ବିବି, ବଗଲା ବଗୁଲୀ, ଲକ୍ଷେ ଶିବ ପୂଜି ପାଇଚି ପୁଅ, ଯଶୋଦା, କୃଷ୍ଣା କାବେରୀ, କିଏ ହେବ ଶୁଆ ପୋଷିଲେ, ଶୁଭଦ୍ରା, ସକଳ ତୀର୍ଥ ତୋ’ ଚରଣେ, ଉଦଣ୍ଡୀ ସୀତା, ପଞ୍ଜୁରି ଭିତରେ ଶାରୀ, ମୋ’ କୋଳ ତୋ’ ଝୁଲଣା, ଏ ଯୁଗର କୃଷ୍ଣ ସୁଦାମା, ଆଇ ଲଭ ୟୁ, ଅର୍ଜୁନ, ପ୍ରେମୀ ନମ୍ବର ଓ୍ଵାନ, ଶାଶୁ ଘର ଚାଲିଯିବି, ପ୍ରେମ ଋତୁ ଆସିଲାରେ, ପ୍ରଥମ ପ୍ରେମ, ମୁଁ ତତେ ଲଭ୍‌ କରୁଚି, ରୋମିଓ ଦ ଲଭରବୟ ଏବଂ ଅପ୍‌ନା ହାତ୍‌ ଜଗନ୍ନାଥ ଆଦି । ଏହାସହ ସେ ଷାଠିଏରୁ ଅଧିକ ଓଡ଼ିଆ ଛବିରେ ମଧ୍ୟ ଗୀତର ରଚନା କରିଛନ୍ତି । ତେବେ ସ୍ୱରୂପ ନାୟକଙ୍କ ଲୋକପ୍ରିୟ ଗୀତ ସହିତ ସେ ସର୍ବଦା ଦର୍ଶକ ମାନଙ୍କ ମନରେ ଅମର ହୋଇ ରହିବେ।

Spread the love