Odisha celebrates Pakhala Dibasa with fervor and enthusiasm today

ଆଜି ବିଶ୍ବ ପଖାଳ ଦିବସ । ପ୍ରତିଟି ଓଡ଼ିଆଙ୍କ ଜୀବନ ଥାଏ ପଖାଳ କଂସାରେ । ପଖାଳର ନିବିଡ଼ତା ଓଡ଼ିଆ ଜାତି ସହ କାହିଁ କେଉଁ କାଳରୁ ଯୋଡ଼ି ହୋଇରହିଛି। ଖରାଦିନ ଆସିଲେ ଖୋଜାପଡ଼େ ପଖାଳ କଂସା । ଛୋଟ ଠୁ ବଡ଼, ଗରିବ ଠୁ ଧନୀ ସମସ୍ତଙ୍କ ପ୍ରିୟ ପଖାଳ । ଯେତେ ଯାହା ଖାଇଲେ ବି ପଖାଳ ମୁଠେ ପେଟରେ ପଡ଼ିଗଲେ ମନ ଓ ଦେହକୁ ଯେଉଁ ଶାନ୍ତି ମିଳେ, ତାହା ଅନ୍ୟ କେଉଁଥିରେ ମିଳେନାହିଁ ।ସେଥିପାଇଁ ଓଡ଼ିଆଙ୍କ ପାଇଁ ପଖାଳ ଏକ ଖାଦ୍ୟ ନୁହେଁ, ଏକ ଆବେଗ। ସେହି ଆବେଗକୁ ଏକତ୍ର ସାଉଁଟିବା ପାଇଁ ପାଳନ ହେଉଛି ପଖାଳ ଦିବସ।

ଆମ ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ପ୍ରିୟ ପଖାଳ । ଶ୍ରୀମନ୍ଦିରର ଟଙ୍କ ତୋରାଣି ଏହାର ପ୍ରମାଣ । ଓଡ଼ିଶାରେ ପଖାଳର ଏକ ସ୍ୱତନ୍ତ୍ର ପରିଚୟ ରହିଛି। ତାତିରୁ ଟିକେ ଆରାମ ପାଇବା ପାଇଁ ବା ପେଟ ଗରମ ଓ ଦେହରେ ଜଳୀୟ ଅଂଶ କମିଯିବା ଭଳି ରୋଗର ପ୍ରତିକାର ନିମନ୍ତେ ପଖାଳକୁ ରାମବାଣ ଭଳି ଗ୍ରହଣ କରାଯାଏ। ବିଶ୍ୱର କୋଣଅନୁକୋଣରେ ଓଡ଼ିଆଙ୍କର ଏହି ପାରମ୍ପରିକ ଓ ସୁସ୍ୱାଦୁ ଖାଦ୍ୟକୁ ଲୋକପ୍ରିୟ କରାଇବାକୁ ମାର୍ଚ୍ଚ ୨୦ ତାରିଖକୁ ‘ବିଶ୍ୱ ପଖାଳ ଦିବସ’ ଭାବେ ପାଳନ କରାଯାଉଛି। କେବଳ ଓଡ଼ିଶାରେ ରହୁଥିବା ଲୋକ ନୁହଁନ୍ତି, ବରଂ ରାଜ୍ୟ ତଥା ଦେଶ ବାହାରେ ରହୁଥିବା ପ୍ରତ୍ୟେକ ଓଡ଼ିଆ ଏହି ଦିନ ପଖାଳ ଖାଇ ଏହି ଦିବସ ପାଳନ କରିବା ସହ ଗ୍ରୀଷ୍ମକୁ ମଧ୍ୟ ସ୍ବାଗତ କରିଥାନ୍ତି। ତେବେ ଓଡ଼ିଶାର ପରମ୍ପରା ଓ ସଂସ୍କୃତି ସହିତ ଜଡ଼ିତ ‘ପଖାଳ’କୁ ସାରା ବିଶ୍ବରେ ପରିଚିତ କରାଇବା ଏହି ଦିବସ ପାଳନର ଉଦ୍ଦେଶ୍ୟ।

Spread the love