Prof Sabita Pradhan appointed as first Vice Chancellor of Odia University

ରାଜ୍ୟପାଳ ପ୍ରଫେସର ଗଣେସି ଲାଲ ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ନିଯୁକ୍ତ କରିଛନ୍ତି । ଶାନ୍ତିନିକେତନରେ ଥିବା ବିଶ୍ୱଭାରତୀ ବିଶ୍ୱବିଦ୍ୟାଳୟର ଓଡ଼ିଆ ବିଭାଗର ପ୍ରଫେସର ସବିତା ପ୍ରଧାନଙ୍କୁ ଓଡ଼ିଆ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତ କରାଯାଇଛି । ସେ ଦୁଇ ବର୍ଷ ଯାଏଁ ଏହି ପଦବୀରେ ରହିବେ । ସୂଚନା ଅନୁଯାୟୀ, ଚଳିତବର୍ଷଠାରୁ ପୁରୀ ଜିଲ୍ଲା ସତ୍ୟବାଦୀରେ ଓଡ଼ିଆ ବିଶ୍ୱବିଦ୍ୟାଳୟ କାର୍ଯ୍ୟକ୍ଷମ ହୋଇଛି । ନାମଲେଖା ସହ ଶିକ୍ଷାଦାନ ଆରମ୍ଭ ହୋଇଛି । ଓଡ଼ିଆ ବିଶ୍ୱବିଦ୍ୟାଳୟର ନିର୍ମାଣ କାର୍ଯ୍ୟ ସରିବା ପର୍ଯ୍ୟନ୍ତ ସ୍ଥାନୀୟ ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟରେ ବିଶ୍ବବିଦ୍ୟାଳୟର ଅଫିସ ଓ ଶିକ୍ଷାଦାନ ଚାଲିଛି । ତେବେ ୨୦୨୩-୨୪ରେ ଓଡ଼ିଆ ବିଶ୍ୱବିଦ୍ୟାଳୟରେ ସାହିତ୍ୟ, ଭାଷାବିଜ୍ଞାନ, ଆଦିବାସୀ ଭାଷା ଓ ଐତିହ୍ୟ ବିଷୟରେ ଶିକ୍ଷାଦାନ ଆରମ୍ଭ ହେବ ବୋଲି ପୂର୍ବରୁ ସରକାର ଘୋଷଣା କରିଥିଲେ।

Spread the love