Odisha gets Disaster Management Award

ଓଡ଼ିଶାକୁ ଆପଦା ପ୍ରବନ୍ଧନ ପୁରସ୍କାର । ବିପର୍ଯ୍ୟୟ ପରିଚାଳନା ପାଇଁ ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତୃପକ୍ଷ ବା ଓସ୍ଡମାକୁ ‘ସୁଭାଷ ଚନ୍ଦ୍ର ବୋଷ ଆପଦା ପ୍ରବନ୍ଧନ ପୁରସ୍କାର-୨୦୨୩’ ପ୍ରଦାନ କରାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ପୁରସ୍କାର ପ୍ରଦାନ କରିଛନ୍ତି । ଓସ୍ଡମା ପକ୍ଷରୁ ଏହି ପୁରସ୍କାର ଗ୍ରହଣ କରିଛନ୍ତି ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ । ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ପୁରସ୍କାର ପ୍ରଦାନ କରିଛନ୍ତି । ପୁରସ୍କାର ବାବଦକୁ ୫୧ ଲକ୍ଷ ଟଙ୍କାର ଅର୍ଥରାଶି ସହିତ ସାର୍ଟିଫିକେଟ ପ୍ରଦାନ କରାଯାଇଛି । ପୁରସ୍କାର ଗ୍ରହଣ ବେଳେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଓସଡାମା ପରିଚାଳନା ନିର୍ଦ୍ଦେଶକ ନିକୁଞ୍ଜ ବିହାରୀ ଧଳ ମଧ୍ୟ ଉପସ୍ଥିତ ଥିଲେ । ଏହି ଅବସରରେ ଓଡ଼ିଶାର ବିପର୍ଯ୍ୟୟ ପରିଚାଳନାକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ । ବାତ୍ୟାଠୁ ବନ୍ୟା ଭଳି ବିପର୍ଯ୍ୟୟ ସମୟରେ ଓଡ଼ିଶାର ପରିଚାଳନା ଖୁବ ଭଲ । ଏଥିପାଇଁ ଓଡିଶାକୁ ବିପର୍ଯ୍ୟୟ ପରିଚାଳନା ପୁରସ୍କାର ମିଳିଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

Spread the love