Raghubar Das sworn in as 26th Governor of Odisha

ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିଛନ୍ତି ରଘୁବର ଦାସ । ରାଜଭବନର ନୂଆ ହଲରେ ଆୟୋଜିତ କାର୍ଯ୍ୟକ୍ରମରେ ତାଙ୍କୁ ଶପଥ ପାଠ କରାଇଲେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଜଷ୍ଟିସ୍ ବିଦ୍ୟୁତରଞ୍ଜନ ଷଡ଼ଙ୍ଗୀ। ଏହାପରେ ରଘୁବର ଦାସଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯାଇଛିି। ଶପଥ ଗ୍ରହଣ ପୂର୍ବରୁ ଲିଙ୍ଗରାଜ ମନ୍ଦିରକୁ ଯାଇ ନୂଆ ରାଜ୍ୟପାଳ ରଘୁବର ଦାସ ପୂଜାର୍ଚ୍ଚନା କରିବା ପରେ ରାଜଭବନ ଅଭିମୁଖେ ଫେରିଥିଲେ। ଏହି ଅବସରରେ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ଏହି ସମୟରେ ରାଜ୍ୟପାଳ ରଘୁବର ଦାସ କହିଛନ୍ତି ଯେ ସେ ଦେଶ ଏବଂ ଓଡ଼ିଶାବାସୀଙ୍କ ବିକାଶ ଓ ସମୃଦ୍ଧି ଲାଗି ଲିଙ୍ଗରାଜଙ୍କ ନିକଟରେ ପ୍ରାର୍ଥନା କଲି।ତେବେ ସୋମବାର ସକାଳୁ ସେ ଶ୍ରୀଜୀଉଙ୍କୁ ଦର୍ଶନ କରିଥିଲେ ଏବଂ ମହାପ୍ରଭୁଙ୍କ ଦର୍ଶନ କରିବା ସହ ସେଠାରେ ଉପସ୍ଥିତ ଥିବା ଭକ୍ତମାନଙ୍କୁ ଅଭିବାଦନ ଜଣାଇଥିଲେ। ରାଜ୍ୟପାଳ ରଘୁବର ଦାସଙ୍କ ସହିତ ତାଙ୍କ ପତ୍ନୀ ବି ଜଗନ୍ନାଥ ମନ୍ଦିରକୁ ଯାଇ ଶ୍ରୀଜୀଉ ଓ ଅନ୍ୟ ପାର୍ଶ୍ବ ଦେବାଦେବୀଙ୍କ ଦର୍ଶନ କରିଥିଲେ। ରଘୁବର ଦାସ ପ୍ରାୟ ଏକ ଘଣ୍ଟା କାଳ ଶ୍ରୀମନ୍ଦିରରେ ରହିବା ସହ ମହାପ୍ରଭୁଙ୍କୁ ଦେଖି ଭାବବିହ୍ୱଳ ହୋଇଯାଇଥିଲେ।

Spread the love