Union Education Minister Dharmendra Pradhan attended 'Divyangjan Swabhiman Samman Samaroh'

ନୂଆଦିଲ୍ଲୀ ଠାରେ ଆୟୋଜିତ ‘ଦିବ୍ୟାଙ୍ଗଜନ ସ୍ୱାଭିମାନ ସମ୍ମାନ ସମାରୋହ’ରେ ଯୋଗଦେଇ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ ଦିବ୍ୟାଙ୍ଗ ପିଲାମାନଙ୍କ ପ୍ରତିଭା କାହାଠାରୁ କୌଣସି ଗୁଣରେ କମ୍ ନୁହେଁ। ସେମାନେ ଯାଦୁଗର ଭଳି ଅସମ୍ଭବ କଥାକୁ ସମ୍ଭବ କରି ଦେଖାଇଥାନ୍ତି । ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଲୋକସେବକ ମଣ୍ଡଳ ଏବଂ ଅନାମ ସ୍ନେହ ପରିବାର ଦ୍ୱାରା ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଶ୍ରୀ ପ୍ରଧାନ କହିଛନ୍ତି, ଦିବ୍ୟାଙ୍ଗ ଭାଇ ଭଉଣୀଙ୍କ ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆଣିବା, ସେମାନଙ୍କ ଅଧିକାର ବିଷୟରେ ସଚେତନତା ସୃଷ୍ଟି କରିବା ଏବଂ ସେମାନେ ସମ୍ମୁଖୀନ ହେଉଥିବା ଆହ୍ୱାନର ସମାଧାନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ନିରନ୍ତର ପ୍ରୟାସ କରୁଛନ୍ତି। ରାଷ୍ଟ୍ରୀୟ ଶିକ୍ଷା ନୀତି ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ପ୍ରତିବନ୍ଧକ ମୁକ୍ତ ଶିକ୍ଷା ପ୍ରଦାନ କରିବା ଉପରେ ଗୁରୁତ୍ୱ ଦେଇଛି। ଏହି ଅବସରରେ ଶ୍ରୀ ପ୍ରଧାନ ଦିବ୍ୟାଙ୍ଗ ଭାଇ ଓ ଭଉଣୀଙ୍କ ସଶକ୍ତିକରଣ ଏବଂ ସେମାନଙ୍କ ଜୀବନରେ ଉନ୍ନତି ଆଣିବା ଦିଗରେ ସକ୍ରିୟ ଭାବରେ କାମ କରୁଥିବା ବ୍ୟକ୍ତିବିଶେଷ ଏବଂ ସଂଗଠନଙ୍କୁ ସମ୍ମାନିତ କରିଥିଲେ। ଏହି କାର୍ଯ୍ୟକ୍ରମ ପୂର୍ବରୁ ଶ୍ରୀ ପ୍ରଧାନ ସମ୍ବିଧାନ ସଦନରେ ମହାତ୍ମା ଗାନ୍ଧୀ ଏବଂ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ଅବସରରେ ତାଙ୍କ ଫଟୋଚିତ୍ରରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।

Spread the love