President message on International Women's Day

ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତା ୧୦ ତାରିଖରେ ରମାଦେବୀ ମହିଳା ବିଶ୍ବବିଦ୍ୟାଳୟ ଦ୍ବିତୀୟ ସମାବର୍ତ୍ତନ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଅପରାହ୍ନ ୪ଟାରୁ ୫ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଏହି ସମାବର୍ତ୍ତନ ଉତ୍ସବ ଅବସରରେ ରାଷ୍ଟ୍ରପତି ଦୁଇ ଜଣ ଛାତ୍ରୀଙ୍କୁ ପିଏଚ୍‌ଡି ଡିଗ୍ରି ପ୍ରଦାନ କରିବେ। ଏଥିସହ ପାଖାପାଖି ୩୦ ଜଣ ଛାତ୍ରୀଙ୍କୁ ସ୍ବର୍ଣ୍ଣ ପଦକ ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି। କେତେ ଜଣଙ୍କୁ ସମ୍ମାନସୂଚକ ଡକ୍ଟରେଟ୍‌ ଡିଗ୍ରି ପ୍ରଦାନ କରାଯିବ ତାହା ଚୂଡ଼ାନ୍ତ ହୋଇ ନ ଥିବା ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ କହିଛନ୍ତି। ଗସ୍ତ ଅବସରରେ ରାଷ୍ଟ୍ରପତି ନିଜର ଏହି ପୁରାତନ ଶିକ୍ଷାନୁଷ୍ଠାନରେ କିଛି ସମୟ ବିତାଇବେ। ରାଷ୍ଟ୍ରପତିଙ୍କ ସହ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସେହିଦିନ ଉତ୍କଳ ମଣ୍ଡପରେ ଆୟୋଜିତ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ମଧ୍ୟ ରାଷ୍ଟ୍ରପତି ଯୋଗଦେବେ। ସେହିପରି ୧୧ ତାରିଖରେ ରାଷ୍ଟ୍ରପତି ଶ୍ରୀଲିଙ୍ଗରାଜ ମନ୍ଦିର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ସେଠାରେ ମହାପ୍ରଭୁଙ୍କ ଦର୍ଶନ ସହ ପୂଜାର୍ଚ୍ଚନା କରିବେ। ପରବର୍ତ୍ତୀ ସମୟରେ କଟକସ୍ଥିତ ଜାତୀୟ ଧାନ ଗବେଷଣା ପ୍ରତିଷ୍ଠାନରେ ହେବାକୁ ଥିବା ଇଣ୍ଡିଆନ୍‌ ରାଇସ୍‌ କଂଗ୍ରେସକୁ ରାଷ୍ଟ୍ରପତି ଉଦ୍‌ଘାଟନ କରିବେ।

Spread the love