Master plan for development of 3 Shakti Peeths

ରାଜ୍ୟର ତିନିଟି ପ୍ରମୁଖ ଶକ୍ତିପୀଠ ନୂଆ ରୂପ ପାଇବ। ତାହା ହେଲା କାକଟପୁରର ମା’ ମଙ୍ଗଳା, ଭୂଷୁଣ୍ଡପୁରର ମା’ ଉଗ୍ରତାରା ଓ ବାଣପୁରର ମା’ ଭଗବତୀ ପୀଠ। ଏହି ପୀଠର ସର୍ବାଙ୍ଗୀନ ବିକାଶ ନିମନ୍ତେ ସରକାର ମାଷ୍ଟର୍‌ ପ୍ଲାନ୍ ପ୍ରସ୍ତୁତ କରିଛନ୍ତି। ପୂର୍ତ୍ତ ବିଭାଗର ପର୍ଯ୍ୟଟନସ୍ଥଳ ଓଐତିହ୍ୟ କୀର୍ତ୍ତିରାଜିର ସମନ୍ବିତ ବିକାଶ ଯୋଜନାରେ ଏହାକୁ ସାମିଲ କରାଯାଇଛି।

ପୁରୀ ଜିଲ୍ଲାର କାକଟପୁରରେ ବିରାଜିତ ମା’ ମଙ୍ଗଳା ଲକ୍ଷ ଲକ୍ଷ ଭକ୍ତଙ୍କ ଆସ୍ଥା ଓ ବିଶ୍ୱାସର ପ୍ରତୀକ। ପଞ୍ଚଦଶ ଶତାବ୍ଦୀରେ ନିର୍ମିତ ମା ମାଙ୍ଗଳାଙ୍କ ପୀଠର ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ସହ ଘନିଷ୍ଠ ସଂପର୍କ ରହିଛି। ନବକଳେବର ସମୟରେ ଦଇତାପତି ସେବକମାନେ ମା’ଙ୍କ ଆଜ୍ଞାକ୍ରମେ ଏଠାରୁ ହିଁ ଦାରୁ ସନ୍ଧାନରେ ଯାଇଥା’ନ୍ତି। ଚୈତ୍ର ମାସରେ ଝାମୁଯାତ୍ରା ମା’ଙ୍କ ପ୍ରସିଦ୍ଧ ପର୍ବ। ଏହି ପୀଠର ବିକାଶ ନିମନ୍ତେ ପ୍ରସ୍ତୁତ ମାଷ୍ଟର ପ୍ଲାନ୍‌ରେ ମନ୍ଦିରରେ ଖଣ୍ଡାଲାଇଟ୍‌ ପଥର ବିଛାଯିବା ସହିତ ମନ୍ଦିରର ରୋଷଘର ଓ ଜଳ ନିଷ୍କାସନ ବ୍ୟବସ୍ଥାର ସଂସ୍କାର କରାଯିବ। ଏହା ସହିତ ସେବାୟତ ଭବନ, ଭୋଗ ଦୋକାନ ପ୍ରାଚୀ ନଦୀ କୂଳରେ ମୁଣ୍ଡନ କିଓସ୍କ, ଚନ୍ଦନଘାଟର ବିକାଶ ଓ ଗୋଷ୍ଠୀ ଶୌଚାଳୟ ଆଦିର ବିକାଶ କରାଯିବ। ପୀଠକୁ ଅଧିକ ଆକର୍ଷଣୀୟ କରାଯିବା ପାଇଁ କୋଣାର୍କ ପାର୍ଶ୍ୱ ରାସ୍ତାରେ ଐତିହ୍ୟ ଦ୍ୱାର ନିର୍ମାଣ କରାଯିବ। ଯାତ୍ରୀମାନଙ୍କ ସୁବିଧା ପାଇଁ ବିଭିନ୍ନ ପଦକ୍ଷେପ ନେବା ସହିତ ଆଲୋକୀକରଣ, ଲ୍ୟାଣ୍ଡ୍‌ସ୍କେପିଂ ଓ ବୃକ୍ଷରୋପଣ କରାଯିବା ସହିତ ପାର୍କିଂ ସ୍ଥଳର ମଧ୍ୟ ବିକାଶ କରାଯିବ। ଓଡିଶା ସେତୁ ନିର୍ମାଣ ନିଗମ ୧୨ ମାସ ମଧ୍ୟରେ ଏହାକୁ ସମ୍ପୂର୍ଣ୍ଣ କରିବ।

ଖୋର୍ଦ୍ଧା ଜିଲ୍ଲା ବାଣପୁରର ମା’ ଭଗବତୀଙ୍କ ପୀଠକୁ ପ୍ରତିଦିନ ହଜାର ହଜାର ଭକ୍ତ ମା’ଙ୍କ ଦର୍ଶନ ଓ ପୂଜା ପାଇଁ ଆସିଥା’ନ୍ତି। ମା’ଙ୍କ ପୀଠରେ ଦଶହରା ପର୍ବ ବିପୁଳ ଉତ୍ସାହ ମଧ୍ୟରେ ପାଳନ କରାଯାଇଥାଏ। ସିଂହଦ୍ୱାରଠାରୁ ଆରମ୍ଭ କରି ପରିକ୍ରମା, ଘାଟ, ଯାତ୍ରା ପଡିଆ, ଯାତ୍ରୀ ସୁବିଧା ତଥା ଜଗନ୍ନାଥ ମନ୍ଦିର ର ବିକାଶ ପାଇଁ ଏଥିରେ ସ୍ୱତନ୍ତ୍ର ଫୋକସ ରଖାଯାଇଛି। ଏହା ସହିତ ବହୁମୁଖୀ ହଲ, ରାସ୍ତା ଓ ନଦୀଘାଟ ଆଦିର ବିକାଶ ଉପରେ ସ୍ୱତନ୍ତ୍ର ଧ୍ୟାନ ଦିଆଯାଇଛି। ରାଜ୍ୟ ପ୍ରତ୍ନତତ୍ତ୍ୱ ନିର୍ଦ୍ଦେଶାଳୟ ତତ୍ତ୍ୱାବଧାନରେ ଓଡ଼ିଶା ସେତୁ ନିର୍ମାଣ ନିଗମ ୨୪ ମାସ ମଧ୍ୟରେ ଏହି କାର୍ଯ୍ୟ ସଂପାଦନ କରିବ।

ଖୋର୍ଦ୍ଧା ଜିଲ୍ଲାର ଅନ୍ୟତମ ଶକ୍ତିପୀଠ ହେଉଛି ଭୁଷୁଣ୍ଡପୁରର ମା’ ଉଗ୍ରତାରାଙ୍କ ପୀଠ। ୧୩୫୨ ଖ୍ରୀଷ୍ଟାବ୍ଦରେ ନିର୍ମିତ ଏହି ପୀଠର ବିକାଶ ପାଇଁ ପ୍ରସ୍ତୁତ ଯୋଜନାରେ ମନ୍ଦିରର ବିକାଶ ସହ ସ୍ବତନ୍ତ୍ର ପ୍ଲାଜା, ଯାତ୍ରୀଙ୍କ ସୁବିଧା, ପାର୍କିଂ, ଲ୍ୟାଣ୍ଡ୍‌ସ୍କେପିଂ, ପିକ୍‌ନିକ୍‌ ସ୍ପଟ୍‌, ଯାତ୍ରା ପଡ଼ିଆ ସହିତ ପୋଖରୀର ମଧ୍ୟ ପୁନରୁଦ୍ଧାର କରାଯିବ। ଓଡ଼ିଶା ସେତୁ ନିର୍ମାଣ ନିଗମ ଦ୍ୱାରା ୧୮ ମାସ ମଧ୍ୟରେ କାମ ଶେଷ କରାଯିବ।

Spread the love