Rath Yatra to vie for UNESCO ‘Intangible Heritage’ tag

ମାର୍ଗଶୀର କୃଷ୍ଣ ଚତୁର୍ଦ୍ଦଶୀ ତିଥିଠାରୁ ଶୁକ୍ଳ ପ୍ରତିପଦ ତିଥି ପର୍ଯ୍ୟନ୍ତ ତିନିଦିନ ବ୍ୟାପୀ ଦେବତାମାନଙ୍କର ଦୀପାବଳି ବା ଦୀପଦାନ ଉତ୍ସବ ପାଳିତ ହୁଏ । ଏହି ସମୟରେ ଓଡିଶାର ବିଭିନ୍ନ ମନ୍ଦିରଗୁଡିକୁ ଆଲୋକମାଳାରେ ସଜ୍ଜିତ କରାଯାଏ । ଓଡ଼ିଶାର ବିଶ୍ବ ପ୍ରସିଦ୍ଧ ଶ୍ରୀମନ୍ଦିର ଓ ଶ୍ରୀଲିଙ୍ଗରାଜ ମନ୍ଦିରରେ ଏହା ବିଶେଷ ଭାବରେ ପାଳିତ ହୋଇଥାଏ । ସାକ୍ଷୀଗୋପାଳଠାରେ ମଧ୍ୟ ସାକ୍ଷୀଗୋପାଳଙ୍କ ମନ୍ଦିରରେ ଏହି ଉତ୍ସବ ମହା ସମାରୋହରେ ପାଳନ କରାଯାଏ। ଶ୍ରୀମନ୍ଦିରରେ ଏହି ଦୀପାବଳି ଉତ୍ସବ ଶ୍ରୀଜଗନ୍ନାଥଙ୍କ ପିତୃଶ୍ରାଦ୍ଧ ପରମ୍ପରାଭାବେ ଏକ ସ୍ବତନ୍ତ୍ର ନୀତିରେ ପାଳନ କରାଯାଏ । ପ୍ରଭୁଶ୍ରୀଜଗନ୍ନାଥ ମାନବବାଦୀ ଦେବତା ହୋଇ ଥିବାରୁ ତାଙ୍କର ସମସ୍ତ ରୀତିନୀତି ଓ ଉତ୍ସବ ମାନବବାଦରେ ପାଳନ କରାଯାଏ । ଶ୍ରୀଜୀଉମାନେ ତିନିଦିନ ଲୁଗା ଓ ଚଦର ପରିଧାନ କରି ଶ୍ରାଦ୍ଧବେଶରେ ସଜ୍ଜିତହୋଇ ପିତୃଗଣଙ୍କୁ ଶ୍ରାଦ୍ଧ ପ୍ରଦାନ ପୂର୍ବକ ଦୀପଦାନ କରିଥାନ୍ତି । ଶ୍ରୀଜଗନ୍ନାଥଙ୍କ ଶ୍ରାଦ୍ଧ ସମୟର ବସ୍ତ୍ରକୁ କାଶୀଧଡିଆ ବସ୍ତ୍ର କୁହାଯାଏ । ଏହି ବସ୍ତ୍ରର ରଙ୍ଗ ଶ୍ବେତବର୍ଣ୍ଣ ଓ ହଳଦିଆ ରଙ୍ଗ ଧଡିରେ ବଡ ବଡ କୁମ୍ଭମାନ ପଡି ଥାଏ । ଶ୍ରୀଜଗନ୍ନାଥଙ୍କର ଶ୍ବେତ ପାଟବସ୍ତ୍ରର ଲମ୍ବ ୧୬-୧୮ ହାତ , ଚଉଡା ୫ ହାତ ଓ ଧଡିର ଓସାର ୧ ଫୁଟ । ସେହିଭଳି ବଳଭଦ୍ରଙ୍କର ଶ୍ବେତ ପାଟବସ୍ତ୍ରର ଲମ୍ବ ୧୪ ହାତ, ଚଉଡା ୪ ହାତ ଓ କଳାବର୍ଣ୍ଣ ଧଡିର ଓସାର ୧ ଫୁଟ । ଦେବୀ ସୁଭଦ୍ରାଙ୍କର ପାଟବସ୍ତ୍ରର ଲମ୍ବ ୧୨ ହାତ, ଚଉଡା ୩ ଫୁଟ ୬ ଇଞ୍ଚ ଓ ନାଲି ରଙ୍ଗ ଧଡିର ଓସାର ୧ ଫୁଟ । ଏସବୁ ବସ୍ତ୍ର ସହିତ ଶ୍ରୀଜୀଉମାନଙ୍କୁ ଚାଦରରେ ମଣ୍ଡନ କରାଯାଇ ଶିରରେ ଶ୍ରୀକପଡା ନାମକ ସ୍ବତନ୍ତ୍ର ବସ୍ତ୍ରରେ ଶୋଭିତ କରାଯାଏ । ପୁଷ୍ପାଳକ ସେବକମାନେ ଶ୍ରୀଜୀଉମାନଙ୍କୁ ଚିତ୍ତା କର୍ଷକ ଶ୍ରାଦ୍ଧ ବେଶରେ ସଜ୍ଜିତ କରିଥାନ୍ତି । ଏହି ବେଶରେ ଠାକୁରମାନେ ନଳିଭୁଜ, କୁଣ୍ଡଳ, ଚନ୍ଦ୍ର ସୂର୍ଯ୍ଯ, ଆଡକାନି, ତଡଗି , ହରିଡାମାଳି ଓ ଅଣ୍ଟା କମରପଟି ପ୍ରଭୃତି ସୁବର୍ଣ୍ଣ ଅଳଙ୍କାର ପରିଧାନ କରିଥାନ୍ତି । ଶ୍ରୀମନ୍ଦିରରେ ମାର୍ଗଶୀର କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ପ୍ରଭୁ ବାମନ ରୂପରେ ଦେବ ପିତାମାତା ସତ୍ୟଯୁଗର କଶ୍ୟପ ୠଷି ଓ ଅଦିତିଙ୍କ ପ୍ରତି ପିଣ୍ଡ ଓ ଦୀପୋତ୍ସର୍ଗ କରନ୍ତି । ମାର୍ଗଶିର ଅମାବାସ୍ୟା ତିଥିରେ ପ୍ରଭୁ ଶ୍ରୀରାମଚନ୍ଦ୍ର ରୂପରେ ତ୍ରେତୟା ଯୁଗର ପିତା ଦଶରଥ ଓ କୈଶଲ୍ୟା ମାତାଙ୍କୁ ପିଣ୍ଡ ଓ ଦୀପଦାନ କରନ୍ତି । ମାର୍ଗଶୀର ଶୁକ୍ଳପ୍ରତିପଦ ତିଥିରେ ପ୍ରଭୁ ଶ୍ରୀକୃଷ୍ଣ ରୂପରେ ଦ୍ବାପର ଯୁଗର ପିତା ବସୁଦେବ ଓ ମାତା ଦେବକୀଙ୍କୁ ଏବଂ ନନ୍ଦ ଓ ଯଶୋଦାଙ୍କୁ ପିଣ୍ଡ ଓ ଦୀପଦାନ କରନ୍ତି ।

Spread the love