ବଳିବାମନ ବେଶ

ଗତକାଲି ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ସମ୍ପର୍ଣ୍ଣ ହେବା ପରେ ଆଜି ମହାପ୍ରଭୁଙ୍କ ବଳିବାମନ ବେଶ ଅନୁଷ୍ଠିତ ହେବ । ବାମନ ରୂପୀ ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ । ଶ୍ରୀବଳଭଦ୍ର ରାଜବେଶ ଧାରଣ କରିବାକୁ ଥିବା ବେଳେ ଦେବୀ ସୁଭଦ୍ରା ସାଧାରଣ ବେଶରେ ସଜ୍ଜିତ ହେବେ।‌ ଶ୍ରୀମନ୍ଦିରରେ ଦ୍ୱିପହର ଧୂପ ସରିବା ପରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ବାମନ ବେଶରେ ସଜ୍ଜିତ କରାଯିବ।‌

ବଡ଼ସିଂହାର ପୂଜା ପର୍ଯ୍ୟନ୍ତ ଏହି ବେଶ ରହିବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ସ୍ଵର୍ଣ ଅଳଙ୍କାର ବିଭୂଷିତ କରାଯିବ। ମହାପ୍ରଭୁ ବିଷ୍ଣୁ ପଞ୍ଚମ ଅବତାରରେ ବାମନ ରୂପ ନେଇ ବଳି ମହାରାଜଙ୍କୁ ପାତାଳରେ ଚାପି ଦେଇଥିଲେ । ସେହି ସ୍ମୃତିକୁ ବହନ କରି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାବନ ବେଶ ଶହ ଶହ ବର୍ଷ ବର୍ଷ ଧରି ଅନୁଷ୍ଠିତ ହୋଇ ଆସୁଛି ।

Spread the love