Union Finance Minister Nirmala Sitharaman offers prayers in Puri's Jagannath temple

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଆଜି ସକାଳେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଶ୍ରୀମନ୍ଦିରକୁ ନି‌ଆଯାଇଥିଲା। ସେ ଭିତରକାଠ ନିକଟରେ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ସୀତାରମଣଙ୍କ ସହ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର, ବିଧାୟକ ଜୟନ୍ତ ଷଡ଼ଙ୍ଗୀ ଓ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ମଧ୍ୟ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି। ଶ୍ରୀଜିଉଙ୍କୁ ଦର୍ଶନ କରିବା ପରେ କେନ୍ଦ୍ର ଅର୍ଥ ମନ୍ତ୍ରୀ ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ‘ମେରୀ ମାଟି ମେରା ଦେଶ’ ବିଷୟବସ୍ତୁ ଉପରେ ନିର୍ମିତ ବାଲୁକା କଳାକୃତି ପରିଦର୍ଶନ କରିଥିଲେ । ଏହାପରେ ‘ମୋ ମାଟି ମୋ ଦେଶ’ ଅଭିଯାନରେ ପୁରୀ ପେଣ୍ଠକଟା ଠାରେ ଥିବା ସଦାଶିବ ସଂସ୍କୃତ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆୟୋଜିତ ଚାରାରୋପଣ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଦୁଇ କେନ୍ଦ୍ରମନ୍ତ୍ରୀ ପୁରୀ ବୀରହରେକୃଷ୍ଣପୁରରେ ଥିବା ମହାନ ସ୍ୱାଧୀନତା ସଂଗ୍ରାମୀ ସହିଦ ଜୟୀ ରାଜଗୁରୁଙ୍କ ଜନ୍ମସ୍ଥାନ ପରିଦର୍ଶନ କରିଥିଲେ । ସେଠାରୁ ଅମୃତ କଳା ଯାତ୍ରାର ଶୁଭାରମ୍ଭ ହୋଇଥିଲା । ଏହାପରେ ଦୁଇ କେନ୍ଦ୍ରମନ୍ତ୍ରୀ ଭୁବନେଶ୍ୱରରେ କୁଇ ଓ ଦେଶିଆ ଭାଷାରେ ଦୁଇଟି ପୁସ୍ତକ ଉନ୍ମୋଚନ କରିଥିଲେ ଯାହା ଭାରତୀୟ ଭାଷାରେ ଜ୍ଞାନ ବିତରଣ ଦିଗରେ ସହାୟକ ହେବ ।

Spread the love