3 eminent Odia writers got the 'Atibadi Jagannath Das Award'

ଓଡ଼ିଶା ସାହିତ୍ୟ ଜଗତର ୩ ପ୍ରସିଦ୍ଧ ସାହିତ୍ୟିକ ପାଇଛନ୍ତି ଓଡ଼ିଶା ସାହିତ୍ୟ ଏକାଡେମିର ସର୍ବୋଚ୍ଚ ସମ୍ମାନ ‘ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର’। ୨୦୨୧ ମସିହା ପାଇଁ ପ୍ରଖ୍ୟାତ ଔପନ୍ୟାସିକା ପ୍ରତିଭା ରାୟ, ୨୦୨୨ ମସିହା ପାଇଁ ବିଶିଷ୍ଟ କବି ସୀତାକାନ୍ତ ମହାପାତ୍ର ଓ ୨୦୨୩ ମସିହା ପାଇଁ ବିଶିଷ୍ଟ ସାହିତ୍ୟିକ ଶ୍ରୀନିବାସ ଉଦ୍‌ଗାତାଙ୍କୁ ଏକାଡେମି ପକ୍ଷରୁ ଏହି ପୁରସ୍କାର ପ୍ରଦାନ କରାଯାଇଛି।

ଓଡ଼ିଶା ସାହିତ୍ୟ ଏକାଡେମି ପକ୍ଷରୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଆୟୋଜିତ ଏକ ସାରସ୍ବତ ସମାରୋହରେ ଏହି ସମ୍ମାନ ପ୍ରଦାନ କରାଯାଇଛି। ପ୍ରତ୍ୟେକଙ୍କୁ ୫ ଲକ୍ଷ ଟଙ୍କାର ଅର୍ଥରାଶି ସହ ମାନପତ୍ର ଓ ଉପଢୌକନ ପ୍ରଦାନ କରାଯାଇଛି। ଏଥିସହ ୨୦୨୧, ୨୨ ଓ ୨୩ ମସିହା ୩ ବର୍ଷ ପାଇଁ ୪୪ଜଣ ବୟୋଜ୍ୟେଷ୍ଠ ସାରସ୍ବତ ସାଧକ/ସାଧିକାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି ଏବଂ ସମ୍ବର୍ଦ୍ଧନାସ୍ବରୂପ ପ୍ରତ୍ୟେକଙ୍କୁ ୧ ଲକ୍ଷ ଟଙ୍କାର ଅର୍ଥରାଶି ସହ ମାନପତ୍ର ଓ ଉପଢୌକନ ମଧ୍ୟ ପ୍ରଦାନ କରାଯାଇଛି।

Spread the love