Odisha celebrates 'Dola Purnima' today with spiritual fervor.

ଆଜି ପବିତ୍ର ଦୋଳ ପୂର୍ଣ୍ଣିମା । ସବୁଠି ଜମୁଛି ଦୋଳ ମେଲଣ। ଗାଁକୁ ଗାଁ, ସାହିକୁ ସାହି ବୁଲି ବୁଲି ଭୋଗ ଖାଇବା ସହ ରଙ୍ଗବେରଙ୍ଗ ଅବିରରେ ହୋଲି ଖେଳିବେ ଦୋଳ ଗୋବିନ୍ଦ । ଏହି ଅବସରରେ ଅନେକ ସ୍ଥାନରେ ବାଡ଼ିଖେଳ ମଧ୍ୟ ହେବ। ସେପଟେ ଦୋଳ ପୂର୍ଣ୍ଣିମା ଅବସରରେ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ସ୍ୱତନ୍ତ୍ର ନୀତିକାନ୍ତି । ରାଜରାଜେଶ୍ବର ବେଶ ବା ସୁନାବେଶରେ ଆଜି ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ଦୋଳ ପୂର୍ଣ୍ଣିମା ଅବସରରେ ଶ୍ରୀଜୀଉଙ୍କ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଭୁଦେବୀ ଓ ଶ୍ରୀଦେବୀ ଦୋଳବେଦୀକୁ ବିମାନରେ ବିଜେ କରିବେ । ଓଡ଼ିଶାରେ ଫଗୁ ଦଶମୀରୁ ଦୋଳ ଯାତ୍ରା ଆରମ୍ଭ ହୋଇଥାଏ । ଏହାର ଗୁରୁତ୍ୱ ବୈଷ୍ଣବ ଧର୍ମ ପରମ୍ପରାର ପ୍ରଚାର ଓ ପ୍ରସାର ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ତେବେ ଏହା ମୁଖ୍ୟତଃ ଗ୍ରାମ ଗ୍ରାମ ମଧ୍ୟରେ, ଗୋଷ୍ଠୀ ଗୋଷ୍ଠୀ ମଧ୍ୟରେ, ବ୍ୟକ୍ତି ବ୍ୟକ୍ତି ମଧ୍ୟରେ ଏକ ସ୍ନେହ, ସଦ୍‌ଭାବ ଓ ପାରମ୍ପରିକ ସୌହାର୍ଯ୍ୟର ପରିଚାୟକ ପର୍ବ ଭାବରେ ପାଳିତ ହୋଇଥାଏ ।

ଓଡ଼ିଆ ପଞ୍ଜିକା ଅନୁସାରେ ଫାଲଗୁନ ମାସର ପୂର୍ଣ୍ଣିମା ତିଥି ଦୋଳ ପୂର୍ଣ୍ଣିମା ନାମରେ ଅଭିହିତ। ଫାଲଗୁନ ଶୁକ୍ଳ ଦଶମୀ ତିଥିଠାରୁ ଦୋଳଯାତ୍ରା ସାଧାରଣତଃ ଆରମ୍ଭ ହୋଇଥାଏ । ଏହି ପର୍ବର ମୁଖ୍ୟ ଆରାଧ୍ୟ ଠାକୁର ରାଧା ଓ କୃଷ୍ଣଙ୍କ ନିକଟରେ ଏହି ଦିନଠାରୁ ଅବିର ଅର୍ପଣ କରାଯାଇଥାଏ । ରାଧାକୃଷ୍ଣଙ୍କ ଯୁଗଳମୂର୍ତ୍ତି ଛୋଟ ଛୋଟ ବିମାନରେ ମହାଡମ୍ବର ସହକାରେ ଗ୍ରାମର ପ୍ରାୟ ପ୍ରତ୍ୟେକଙ୍କ ଦ୍ୱାରକୁ ନିଆଯାଇଥାଏ । ଠାକୁରଙ୍କ ଉଦ୍ଦେଶ୍ୟରେ ପ୍ରତ୍ୟେକ ଦ୍ୱାରରେ ଅର୍ପିତ ଭୋଗକୁ ଦ୍ୱାରୀ ଭୋଗ କୁହାଯାଇଥାଏ । ଦୋଳପୂର୍ଣ୍ଣମୀ ଦିନ ସାଧାରଣତଃ ଠାକୁରମାନଙ୍କୁ ମନ୍ଦିରର ଦକ୍ଷିଣପୂର୍ବ ଦିଗରେ ନିର୍ମିତ ହୋଇଥିବା ଏକ ମଣ୍ଡପ ଉପରକୁ ନିଆଯାଇଥାଏ । ସେହି ମଣ୍ଡପର ନାମ ଦୋଳ ମଣ୍ଡପ । ସେଠାରେ ପୂଜାର୍ଚ୍ଚନା କରାଯିବା ସଙ୍ଗେସଙ୍ଗେ ଠାକୁରମାନେ ଦୋଳି ଖେଳନ୍ତି ଓ ସେଠାରେ ନାଲି ଅବିର ଅର୍ପଣ କରାଯାଇଥାଏ ।

Spread the love