ରାଜ୍ୟରେ ମାଛ ଚାଷର ବିପୁଳ ସମ୍ଭାବନାକୁ ଉପଯୋଗ କରି ମାଛ ଉତ୍ପାଦନ ବୃଦ୍ଧି କରାଯାଇପାରିଛି। ଦୁଇ ଦଶନ୍ଧିରେ ମାଛ ଉତ୍ପାଦନ ୨.୬୦ ଲକ୍ଷ ମେଟ୍ରିକ୍ ଟନ୍ରୁ ବୃଦ୍ଧି ପାଇ ୨୦୨୧-୨୨ରେ ୯.୯୧ ଲକ୍ଷ ମେଟ୍ରିକ୍ ଟନ୍ ରେ ପହଞ୍ଚିଛି ଏବଂ ମତ୍ସ୍ୟ ଉତ୍ପାଦନରେ ଓଡ଼ିଶା ଦେଶରେ ଚତୁର୍ଥ ସ୍ଥାନ ହାସଲ କରିଛି। ରାଜ୍ୟ ସରକାରଙ୍କ ଦ୍ୱାରା ମତ୍ସ୍ୟଚାଷ ଅନୁକୂଳ ନୀତି ପ୍ରଣୟନ, ଅତ୍ୟାଧୁନିକ ଜ୍ଞାନକୌଶଳର ବ୍ୟବହାର, ଉନ୍ନତ ପ୍ରଜାତିର ମାଛଚାଷ ଓ ମତ୍ସ୍ୟଖାଦ୍ୟ ପ୍ରୟୋଗ ଫଳରେ ମାଛ ଚାଷରେ ଉଲ୍ଲେଖନୀୟ ଅଭିବୃଦ୍ଧି ଘଟିଛି।
ଆସୋଚାମ ଦ୍ୱାରା ଆୟୋଜିତ ଭାରତର ମାଛଚାଷ ଓ ସାମୁଦ୍ରିକ ଖାଦ୍ୟ ପ୍ରକ୍ରିୟାକରଣର ସୁଦୃଢ଼ୀକରଣ ଶୀର୍ଷକ ଏକ ୱେବିନାରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି ଯେ ୨୦୦୦-୦୧ରେ ରାଜ୍ୟରେ ୧୦୪୬ କୋଟି ଟଙ୍କା ମୂଲ୍ୟର ମାଛ ଉତ୍ପାଦନ ହୋଇଥିବା ବେଳେ ୨୦୨୦-୨୧ ବର୍ଷରେ ଏହା ପ୍ରାୟ ଦଶଗୁଣ ବୃଦ୍ଧି ପାଇ ୧୦,୮୧୫ କୋଟି ଟଙ୍କାରେ ପହଞ୍ଚିଛି। ରାଜ୍ୟର ମୋଟ ମୂଲ୍ୟ ଯୋଗଦାନରେ ମତ୍ସ୍ୟ କ୍ଷେତ୍ରର ଅବଦାନ ୨.୪ ପ୍ରତିଶତ ହୋଇପାରିଛି। ଲୁଣିପାଣି ଚିଙ୍ଗୁଡି ଚାଷରେ ମଧ୍ୟ ମତ୍ସ୍ୟ ଉତ୍ପାଦନ ପ୍ରାୟ ୬ ଗୁଣ ବୃଦ୍ଧି ପାଇଛି।