ଆ-କା-ମା-ବୈ, ପାନ ଗୁଆ ଖାଇ, ପାନ ଗୁଆ ତୋର, ମାସିକ ଧରମ ମୋର । ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ଓଡ଼ିଶା ଲୋକଙ୍କ ସଂସ୍କୃତି, ପରମ୍ପରା, ଚାଲିଚଳଣି ସହ ଜଡ଼ିତ କାର୍ତ୍ତିକ ପୂର୍ଣ୍ଣିମା । ଏହିଦିନ ବଡି ଭୋରୁ ଉଠି ଆବାଳ ବୃଦ୍ଧ ବନିତା ବୁଡ଼ ପକାଇ କଦଳୀ ପାଟୁକାରେ ଡଙ୍ଗା ତିଆରି କରି ସେଥିରେ ଦୀପ ଓ ପାନଗୁଆ ଥୋଇ ଭସାଇଥାଆନ୍ତି । ତେବେ ଆଜି ପୁରୀ ବେଳାଭୂମି, କଟକର ଗଡ଼ଗଡ଼ିଆ ଘାଟ ଓ ଭୁବନେଶ୍ୱର ବିନ୍ଦୁସାଗର ଓ କୁଆଖାଇ ନଦୀରେ ଶ୍ରଦ୍ଧାଳକୁମାନେ ଭୋର ୪ଟାରୁ ଡଙ୍ଗା ଭସାଇଛନ୍ତି। ଏହାଛଡ଼ା ଓଡ଼ିଶାର ସବୁ ସ୍ଥାନରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି। ସବୁ ମନ୍ଦିରରେ ଦର୍ଶନ ପାଇଁ ମଧ୍ୟ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି। କେତେକ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ବି ଅନୁଷ୍ଠିତ ହେଉଛି।
ପୂର୍ବକାଳରେ ଓଡ଼ିଆ ସାଧବ ପୁଅମାନେ କାର୍ତ୍ତିକ ମାସରେ ବେପାର ବାଣିଜ୍ୟ କରିବା ପାଇଁ ବୋଇତରେ ବିଦେଶ ଯାଉଥିଲେ । ଏହି ପରମ୍ପରା ତଥା ସାଧବପୁଅଙ୍କ ବୋଇତ ଯାତ୍ରାକୁ ସ୍ମରଣ କରିବା ପାଇଁ ପ୍ରତିବର୍ଷ କାର୍ତ୍ତିକ ପୂର୍ଣ୍ଣିମାରେ ଡଙ୍ଗା ଭସା ଯାଇଥାଏ । ପୁରାଣ ଅନୁସାରେ, କାର୍ତ୍ତିକ ପୂର୍ଣ୍ଣିମା ଦିନ ଗୋପୀମାନଙ୍କ ମେଳରେ ରାଧାକୃଷ୍ଣଙ୍କର ନୃତ୍ୟୋତ୍ସବ ହୋଇଥିଲା । ଭଗବାନ ଶ୍ରୀକୃଷ୍ଣ ରାସେଶ୍ବରୀ ଶ୍ରୀରାଧାଙ୍କ ସହ ବୃନ୍ଦାବନର କୁଞ୍ଜକାନନରେ ଏହି ଦିନ ରାସ ରଚନା କରିଥିଲେ । ଓଡିଶାର ଆଦିକବି ଶୂଦ୍ରମୁନି ସାରଳା ଦାସ ରଚିତ ମହାଭାରତର ଆଦିପର୍ବରେ କାର୍ତ୍ତିକ ମାସର ପବିତ୍ରତା ସମ୍ପର୍କରେ ବର୍ଣ୍ଣନା କରିଛନ୍ତି ।
ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ । ରାଜରାଜେଶ୍ୱର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ । ଦ୍ୱାର ଫିଟିବା ପରେ ମଙ୍ଗଳଆଳତି, ମଇଲମ, ଅବକାଶ ଆଦି ନୀତି କରାଯାଇ ମହାପ୍ରଭୁଙ୍କ ସୁନାବେଶ ସମ୍ପନ୍ନ କରାଯାଇଛି । ହରିଡ଼ା ମାଳି, ବାହାଡା ମାଳି, ଶ୍ରୀପୟର, ଶ୍ରୀଭୁଜ, କିରିଟ, କୁଣ୍ଡଳ, ଘାଗଡା ମାଳି, ବାଘ ନଖ ମାଳି, ଆଦି ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ସାଆନ୍ତେଙ୍କ ଦୁର୍ଲଭ ଦର୍ଶନ କରି କୃତାର୍ଥ ହେଉଛନ୍ତି ଭକ୍ତ ।